Weather Forcast: ରାଜ୍ୟରେ ଏବେ ସକ୍ରିୟ ରହିଛି ମୌସୁମୀ। ଏନେଇ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
ଏ ନେଇ ଗୁରୁବାର ଅଗଷ୍ଟ ୧୪ ତାରିଖରେ ରାଜ୍ୟର ସମସ୍ତ ୨ଟି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୨୮ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ରାଜ୍ୟରେ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲଗାଣ ବର୍ଷା ହେବାର ସମ୍ଭାବନା ରହିଛି।
ସେପଟେ ସମୁଦ୍ର ଅଶାନ୍ତ ରହିବ, ଏ ନେଇ ମତ୍ସ୍ୟଜୀବିଙ୍କୁ ୧୩ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ନଯିବା ପାଇଁ ପରାମର୍ଶ ଦିଆଯାଇଛି। ସେପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ଭୟଙ୍କର ବନ୍ୟା ପରିସ୍ଥିତି ମଧ୍ୟ ଦେଖିବାକୁ ମିଳିଛି।
ट्रेन्डिंग फोटोज़