ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ତେବେ,ଏ-ହାରି ଭିତରେ ଆଞ୍ଚଳିକ ପାଣିପାଗ ବିଭାଗ ଆଉ ଏକ ଚକିତ କଲା ପରି ଖବର ଦେଇଛି। ତେବେ, ଆସନ୍ତୁ ଜାଣିବା ରଥଯାତ୍ରା ଦିନ ରାଜ୍ୟରେ କିଭଳି ରହିବ ପାଗ।
ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା ।
ରଥଯାତ୍ରା ଦିନ ରାଜ୍ୟରେ ବର୍ଷାର ପ୍ରକୋପ ସାମାନ୍ୟ କମିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ଆସନ୍ତାକାଲି ପୁରୀ, ଖୋର୍ଦ୍ଧା ନୟାଗଡ଼,ବାଲେଶ୍ବର, କଟକ, ଜଗତସିଂହପୁର, ଗଞ୍ଜାମ ଓ ଗଜପତିରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । କିନ୍ତୁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ଝାରସୁଗୁଡ଼ା ଓ କନ୍ଧମାଳ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷିପାରେ ।
୨୮ ତାରିଖ ଦିନ ବି ରାଜ୍ୟର କେତେକାଂଶରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଗତକାଲି ଦିନ ସାରା ବର୍ଷା ଲାଗିରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।
ଲଘୁଚାପ ପ୍ରଭାବରେ ୪ ଜିଲ୍ଲାରେ ୩ ଦିନ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ସୁନ୍ଦରଗଡ଼, ସମ୍ବଲୁପର, କେନ୍ଦୁଝର ଓ ମୟୁରଭଞ୍ଜରେ ହେବ ପ୍ରବଳ ବର୍ଷା । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ट्रेन्डिंग फोटोज़