Rain lert in Odisha: ରାଜ୍ୟରେ ଏବେ ସକ୍ରିୟ ରହିଛି ମୌସୁମୀ। ଉପର ମୁଣ୍ଡରେ ଲଗାଣ ବର୍ଷା ଫଳରେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଦେଖିବାକୁ ମିଳିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
ଏ ନେଇ ବୁଧବାର ଅଗଷ୍ଟ ୧୩ ତାରିଖରେ ରାଜ୍ୟର ସମସ୍ତ ୩୦ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।
୧୩ ତାରିଖରେ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ସେପଟେ ସମୁଦ୍ର ଅଶାନ୍ତ ରହିବ, ଏ ନେଇ ମତ୍ସ୍ୟଜୀବିଙ୍କୁ ସମୁଦ୍ର ନଯିବା ପାଇଁ ପରାମର୍ଶ ଦିଆଯାଇଛି। ସେପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ଭୟଙ୍କର ବନ୍ୟା ପରିସ୍ଥିତି ଦେଖିବାକୁ ମିଳିଛି।
ट्रेन्डिंग फोटोज़